ଏଣିକି ଶନିବାର ଓ ରବିବାର ବନ୍ଦ ରହିବ ଗୋପାଳପୁର ବେଳାଭୂମୀ

April 09, 2021, ଓଡ଼ିଶା, ଗଞ୍ଜାମ, Swadhina Kumar Sahu
ଏଣିକି ଶନିବାର ଓ ରବିବାର ବନ୍ଦ ରହିବ ଗୋପାଳପୁର ବେଳାଭୂମୀ
Swadhina Kumar Sahu
[ District Reporter ,Ganjam ]
Bhagyaprabha News Bureau
April 09, 2021

ରାଜ୍ୟରେ କରୋନା ସଂକ୍ରମଣ ବଢୁଛି । ଫଳରେ ସବୁଠି କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ଗଞ୍ଜାମରେ କରୋନା ସଂକ୍ରମଣ ରୋକିବାକୁ ସତର୍କତାମୂଳକ ପଦକ୍ଷେପ ନିଆଗଲାଣି । ଭିଡ କମାଇବାକୁ କିଛି ପଦକ୍ଷେପ ନିଆଯାଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଜିଲ୍ଲାପାଳ । ଶନିବାର ଓ ରବିବାର ଛୁଟି ଦିନ ଥିବାରୁ ଗୋପାଳପୁର ଓ ସୁନାପୁର ସମୁଦ୍ର ବେଳାଭୂମୀରେ ଭିଡ ହେଉଛି । ଭିଡ କମାଇବାକୁ ଏଣିକି ଶନିବାର ଓ ରବିବାର ବନ୍ଦ ରହିବ ଗୋପାଳପୁର ଓ ସୁନାପୁର ସମୂଦ୍ରକୂଳ । ସେହିପରି ରାମଲିଙ୍ଗେଶ୍ୱର ପାର୍କ ଓ ତାମ୍ପରା ସୋମବାର ଦିନ ବନ୍ଦ ରହିବାକୁ ନିଷ୍ପତ୍ତି ହୋଇଛି । କେବଳ ସେତିକି ନୁହେଁ ମା ତାରିଣୀ ମନ୍ଦିର ମଧ୍ୟ ବୁଧବାର ବନ୍ଦ ରହିବ । ଏହି ନିଷ୍ପତ୍ତିକୁ ସ୍ୱାଗତ କରିବା ସହ ସହ ଗହଳ ନକରିବାକୁ ଲୋକଙ୍କୁ ଜଣାଇଛନ୍ତି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ।


1617944523.PNG


ସୁଚନାନୁସାରେ , ରାଜ୍ୟରେ ୨୪ଘଣ୍ଟାରେ ୧୨୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କ୍ୱାରେଣ୍ଟାଇନରୁ ୭୫୫, ଲୋକାଲ କେସ୍ ୫୨୭ । ୨୮ ଜିଲ୍ଲା ଓ ଷ୍ଟେଟପୁଲରୁ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ସର୍ବାଧିକ ୨୨୪, ଖୋର୍ଦ୍ଧାରୁ ୧୯୨, ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡିରୁ ୧୦୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୮୪, ନୂଆପଡା ଓ ସମ୍ବଲପୁରରୁ ୮୨ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜିଠୁ ବ୍ରହ୍ମପୁରରେ ଆରମ୍ଭ ହେବ ମାଆ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା

ଆଜିଠୁ ବ୍ରହ୍ମପୁରରେ ଆରମ୍ଭ ହେବ ମାଆ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା

Read More...

ମାଓବାଦୀଙ୍କ କବଜାରୁ ମୁକୁଳିଲେ ଯବାନ ରାକେଶ୍ୱର ସିଂ

ମାଓବାଦୀଙ୍କ କବଜାରୁ ମୁକୁଳିଲେ ଯବାନ ରାକେଶ୍ୱର ସିଂ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: