ଭୂପେନ୍ଦ୍ର ପଟେଲ ହେବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ

September 12, 2021, ଦେଶଦୁନିଆ, , BHAGYAPRABHA NEWS
ଭୂପେନ୍ଦ୍ର ପଟେଲ ହେବେ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ
BHAGYAPRABHA NEWS
[ INPUT ]
Bhagyaprabha News Bureau
September 12, 2021

ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆସନ୍ତାକାଲି ଶପଥ ନେବେ ଭୂପେନ୍ଦ୍ର ପଟେଲ୍ । କାଲି ଅପରାହ୍ନରେ ବିଦ୍ଧିବଦ୍ଧ ଭାବେ ଶପଥ ନେବେ । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦଳ ମୋହର ମାରିବା ପରେ ଭୂପେନ୍ଦ୍ର ପଟେଲ୍ ରାଜ୍ୟପାଳଙ୍କୁ ସାକ୍ଷାତ କରିଛନ୍ତି । ସେ ରାଜ୍ୟପାଳଙ୍କୁ ଭେଟି ରାଜ୍ୟରେ ସରକାର ଗଠନ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଏହାର ଦୁଇ ଦିନ ପରେ କ୍ୟାବିନେଟ୍ ମନ୍ତ୍ରିମଣ୍ଡଳ ଶପଥ ନେବ ।ମୁଖ୍ୟମନ୍ତ୍ରୀ ଭାବେ ତାଙ୍କୁ ଚୟନ କରାଯାଇଥିବାରୁ ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଭୂପେନ୍ଦ୍ର ପଟେଳଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଗତକାଲି ମୁଖ୍ୟମନ୍ତ୍ରୀ ପଦରୁ ବିଜୟ ରୂପାଣୀ ଇସ୍ତଫା ଦେବା ପରେ ଆଜି ବିଜେପିର ବିଧାୟକ ଦଳ ବୈଠକ ବସିଥିଲା । କାହାକୁ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ଦିଆଯିବ, ସେନେଇ ଆଲୋଚନା ହୋଇଥିଲା । ଶେଷରେ ଭୂପେନ୍ଦ୍ର ପଟେଲଙ୍କ ନାମ ଉପରେ ମୋହର ଲଗାଯାଇଥିଲା । ତାଙ୍କୁ ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ନିର୍ବାଚିତ କରାଯାଇଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଖଲିଙ୍ଗି ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦଘାଟନ କଲେ ଆସିକା ସାଂସଦ

ଖଲିଙ୍ଗି ପଞ୍ଚାୟତର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭ ଉଦଘାଟନ କଲେ ଆସିକା ସାଂସଦ

Read More...

ଆଜି NEET ୟୁଜି ପରୀକ୍ଷା

ଆଜି NEET ୟୁଜି ପରୀକ୍ଷା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: