ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

November 11, 2021, ଓଡ଼ିଶା, ଗଞ୍ଜାମ, Kiran Behera
ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ
Kiran Behera
[ Reporter,Digapahandi ]
Bhagyaprabha News Bureau
November 11, 2021

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୁରୁବାର ପୂର୍ବାହ୍ନରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୧ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସର୍ବଶିକ୍ଷା ଅଭିଯାନ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ । ସେହିପରିଏବିଇଓ ବାଳା ମାଝୀ , ରସାନନ୍ଦ ଘଡେ଼ଇ , ବିଶ୍ରବା ପାଇକ ପ୍ରମୁଖ ମଞ୍ଚାସୀନ ରହିଥିଲେ । ଆଞ୍ଚଳିକ ସଂଯୋଜକ କେନ୍ଦ୍ର ଉପେନ୍ଦ୍ର କୁମାର ପଣ୍ଡା କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଏବିଇଓ ଶ୍ରୀ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ସାର୍ବଜନୀନ ଶିକ୍ଷାକୁ ଲୋକାଭିମୁଖୀ କରିବା ନେଇ ଓଡ଼ିଶା ସରକାର ତରଫରୁ ଓସେପା ଦ୍ଵାରା ଆୟୋଜିତ ସୁରଭି କାର୍ଯ୍ୟକ୍ରମ ମାଧ୍ୟମରେ ଶିଶୁଙ୍କ ଅନ୍ତର୍ନିହିତ ଗୁଣାବଳୀ ଓ ପ୍ରତିଭାକୁ ଲୋକଲୋଚନକୁ ଆଣିବା ଏବଂ ଶିଶୁର ପୂର୍ଣ୍ଣାଙ୍ଗ ବିକାଶ ସାଧନ ସହିତ ଶତ ପ୍ରତିଶତ ନାମ ନମୋଦକୁ ସୁନିଶ୍ଚିତ କରାଇବା ଏହି ସୁରଭି କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ ବୋଲି ଆଲୋକପାତ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରକାରର ବକୃତା , ପ୍ରବନ୍ଧ , ଦେଶାତ୍ମକ ସଂଗୀତ ପରିବେଷଣ ଓ ଚିତ୍ରାଙ୍କନ ଭଳି ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ତେବେ ଦିଗପହଣ୍ଡି ବ୍ଲକ ଅଧିନସ୍ଥ ୧୬ ଟି କ୍ଳଷ୍ଟର ମଧ୍ୟରୁ ଶ୍ରେଷ୍ଠ ୫ ଟି କ୍ଳଷ୍ଟରରୁ ପ୍ରାୟ ୮୦ ଜଣ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିଥିବା ବେଳେ ପ୍ରତ୍ୟେକ କ୍ଳଷ୍ଟରର ଶ୍ରେଷ୍ଠ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ ପ୍ରଦାନ କରାଯିବା ସହ ଆଗାମୀ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ପାଇଁ ଚୟନ କରାଯାଇଥିବା ଜଣାପଡ଼ିଛି । ଏହି କାର୍ଯ୍ୟକ୍ରମକୁ ସିଆରସିସି ନୃସିଂହ ପ୍ରସାଦ ପାଠୀ ସମେତ ସମସ୍ତ ସିଆରସିସି , ପ୍ରଧାନଶିକ୍ଷକ/ ଶିକ୍ଷୟିତ୍ରୀ ଓ ସ୍ଥାନୀୟ ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା , ଏବଂ ବରିଷ୍ଠ ଶିକ୍ଷକ ରାଜେନ୍ଦ୍ର ଗୈାଡ , ଶିକ୍ଷକ ସୁଧାଂଶୁ ପଣ୍ଡା , ବିଜୟ ପ୍ରଧାନ , ଶିବରାମ ପ୍ରଧାନ , ପ୍ରକାଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ପରିଚାଳନା କରିବାରେ ପୂର୍ଣ୍ଣ ସହଯୋଗ କରିଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଓଡିଶୀ ନୃତ୍ୟାୟନ ପକ୍ଷରୁ ଶିଶୁ ଦିବସ  ଅନୁଷ୍ଠିତ

ଓଡିଶୀ ନୃତ୍ୟାୟନ ପକ୍ଷରୁ ଶିଶୁ ଦିବସ ଅନୁଷ୍ଠିତ

Read More...

ଖେମୁଣ୍ଡି ମହାବିଦ୍ୟାଳୟରେ ଭୋଟର ପଞ୍ଜିକରଣ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

ଖେମୁଣ୍ଡି ମହାବିଦ୍ୟାଳୟରେ ଭୋଟର ପଞ୍ଜିକରଣ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: