ଅଙ୍ଗନବାଡୀ କର୍ମୀ ଓ ସହାୟକ ମାନଙ୍କ ପୋତ୍ସାହନ ରାଶିରେ ବୃଦ୍ଧି କଲେ ରାଜ୍ୟ ସରକାର

January 08, 2022, ଓଡ଼ିଶା, ଖୋର୍ଦ୍ଧା, BHAGYAPRABHA NEWS
ଅଙ୍ଗନବାଡୀ କର୍ମୀ ଓ ସହାୟକ ମାନଙ୍କ ପୋତ୍ସାହନ ରାଶିରେ ବୃଦ୍ଧି କଲେ ରାଜ୍ୟ ସରକାର
BHAGYAPRABHA NEWS
[ INPUT ]
Bhagyaprabha News Bureau
January 08, 2022

ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡୀ କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଅଙ୍ଗନବାଡୀ ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକା ମାନେ ୬୨ ବର୍ଷ ବୟସରେ ସେବାରୁ ନିବୃତ ହେବା ସମୟରେ ସେମାନଙ୍କୁ ପ୍ରୋତ୍ସାହନ ରାଶି ଦିଆଯାଉଛି । ସେମାନଙ୍କ କାର୍ଯ୍ୟର ଗୁରୁତ୍ବ ତଥା ସେମାନଙ୍କ ନିଷ୍ଠାପର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସେବା ନିବୃତ ଅଙ୍ଗନବାଡୀ କର୍ମୀ ମାନଙ୍କ ପ୍ରୋତ୍ସାହନ ରାଶିର ପରିମାଣ ବୃଦ୍ଧି କରିଛନ୍ତି । ଅଙ୍ଗନବାଡୀ କର୍ମୀମାନେ ସେବା ନିବୃତ ହେବା ସମୟରେ ୨୦ ହଜାର ଟଙ୍କା ବଦଳରେ ଏକକାଳୀନ ୪୦ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପାଇବେ। ମିନି ଅଙ୍ଗନବାଡୀ କର୍ମୀମାନଙ୍କର ପ୍ରୋତ୍ସାହନ ରାଶି ୧୫ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଅଙ୍ଗନବାଡୀ ସହାୟିକା ମାନଙ୍କର ପ୍ରୋତ୍ସାହନ ରାଶି ୧୦ ହଜାର ଟଙ୍କାରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି । ଏହି ନୂତନ ପ୍ରୋତ୍ସାହନ ରାଶି ପିଚ୍ଛିଲା ଭାବେ ୨୦୧୯ ଜାନୁଆରୀ ପହିଲା ଠାରୁ ଲାଗୁ କରାଯାଇଛି । ଏହାଦ୍ବାରା ବର୍ତ୍ତମାନ ସୁଦ୍ଧା ସେବା ନିବୃତ ହୋଇଥିବା ୧୯୯୧ ଜଣ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକା ଉପକୃତ ହେବେ । ଏହି ଘୋଷଣା ଦ୍ବାରା ରାଜ୍ୟର ୧ ଲକ୍ଷ ୩୦ ହଜାର ଅଙ୍ଗନବାଡୀ କର୍ମୀ ଉପକୃତ ହେବେ । ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟିକାମାନେ କାର୍ଯ୍ୟରତ ଥିବା ସମୟରେ ଅସୁସ୍ଥତା ଯୋଗୁ କୌଣସି ସରକାରୀ କିମ୍ବା ସରକାରଙ୍କ ଦ୍ବାରା ତାଲିକାଭୁକ୍ତ ଚିକିତ୍ସାଳୟରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ, ସେମାନଙ୍କୁ ସେହି ସମୟ ପାଇଁ ପ୍ରତିବର୍ଷ ସବୈତନିକ ଚିକିତ୍ସା ଛୁଟି (Paid Medical Leave) ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କୋଭିଡ ସଂକ୍ରମିତ ହେଲେ ବ୍ରହ୍ମପୁର ଏସପି

କୋଭିଡ ସଂକ୍ରମିତ ହେଲେ ବ୍ରହ୍ମପୁର ଏସପି

Read More...

ସାହାରା ଜମାକାରୀଙ୍କ ତହସିଲ ସମ୍ମୁଖରେ ବିକ୍ଷୋଭ : ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ସାହାରା ଜମାକାରୀଙ୍କ ତହସିଲ ସମ୍ମୁଖରେ ବିକ୍ଷୋଭ : ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: