ପଦ୍ମନାଭପୁରରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ

March 17, 2023, ବିଶେଷ, ଗଞ୍ଜାମ, Kiran Behera
ପଦ୍ମନାଭପୁରରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ
Kiran Behera
[ Reporter,Digapahandi ]
Bhagyaprabha News Bureau
March 17, 2023

ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଗୁରୁବାର ଦିନ ବିଜୁ କନ୍ୟାରତ୍ନ ଯୋଜନା ଆନୁକୂଲ୍ୟରେ ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତ କାର୍ଯ୍ୟାଳୟରେ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଅଧିକାରିଣୀ ପୁଷ୍ପାଞ୍ଜଳୀ ଶତପଥୀଙ୍କ ନେତୃତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ପ୍ରତିନିଧି ବି . କ୍ରିଷ୍ଣାରାଓ ସୁବୁଦ୍ଧି ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ପଦ୍ମନାଭପୁର ସେକ୍ଟର ଅଙ୍ଗନୱାଡ଼ି ସୁପରଭାଇଜର ସଞ୍ଜୁଲତା ପାଣିଗ୍ରାହୀଙ୍କ ସଂଯୋଜନାରେ ଅତିଥି ବୃନ୍ଦ କାର୍ଯ୍ୟକ୍ରମର ମହତ୍ତ୍ଵ ସମ୍ପର୍କରେ ଅବଗତ କରାଇବା ସହ ଶିଶୁ ସୁରକ୍ଷାର ସଫଳ ରୂପାୟନ ନିମନ୍ତେ ବାଲ୍ୟବିବାହ ପ୍ରଥା ଉଚ୍ଛେଦ , ଲିଙ୍ଗଭେଦ ଦୂର କରିବା , କନ୍ୟାଭ୍ରୂଣ ହତ୍ୟା ବନ୍ଦ ରୋକିବା ଦିଗରେ ଉପସ୍ଥିତ ଗ୍ରାମବାସୀଙ୍କୁ ସଚେତନ କରାଇଥିଲେ । ଏହି କାର୍ଯ୍ୟକ୍ରମରେ ବହୁ ଅଙ୍ଗନୱାଡି , ଆଶା ଓ ଏଏନଏମ କର୍ମୀ କର୍ମୀ ମାନେ ଉପସ୍ଥିତ ରହି ସହଯୋଗ ପ୍ରଦାନ କରିଥିବା ବେଳେ ୱାର୍ଡସଭ୍ୟ ଏସ୍ . ସଞ୍ଜୀତ କୁମାର, ସ୍ୱାସ୍ଥ୍ୟ ବିଭାଗ କର୍ମକର୍ତ୍ତା ଗଣେଶ ଭୂୟାଁ ଉପସ୍ଥିତ ରହିଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବୋରିପଦର ଠାକୁରାଣୀ ଯାତ୍ରା ଉଦଯାପିତ

ବୋରିପଦର ଠାକୁରାଣୀ ଯାତ୍ରା ଉଦଯାପିତ

Read More...

ବିଜୁ ଛାତ୍ର ଜନତା ଦଳର ନୂତନ କର୍ମକର୍ତ୍ତା ଘୋଷିତ : ବିପ୍ଳବ ମିଶ୍ର ବ୍ଳକ ସଭାପତି ମନୋନୀତ

ବିଜୁ ଛାତ୍ର ଜନତା ଦଳର ନୂତନ କର୍ମକର୍ତ୍ତା ଘୋଷିତ : ବିପ୍ଳବ ମିଶ୍ର ବ୍ଳକ ସଭାପତି ମନୋନୀତ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: