ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

May 23, 2023, ଓଡ଼ିଶା, ଗଜପତି, Rasmi Ranjan Sahu
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
Rasmi Ranjan Sahu
[ Reporter- Paralakhemundi, Gajapati ]
Bhagyaprabha News Bureau
May 23, 2023

ପାରଳାଖେମଣ୍ଡି - ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ ଅନ୍ତର୍ଗତ କୁମୁଲିଶିଂ ଗ୍ରାମ ପଞ୍ଚାୟତର ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ( ରାଜସ୍ୱ), ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀଯୁକ୍ତ ରୋମାଞ୍ଚଳ ଖମାରୀ, ଉପଖଣ୍ଡ ପୋଲିସ ଅଧିକାରୀ ଶ୍ରୀ ରାମକୃଷ୍ଣ ପତି, ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି କୁମୁଳିଶିଂ ଗ୍ରାମ ପଞ୍ଚାୟତ ସମେତ ମାର୍ଲବା, ଜାଳଙ୍ଗ ଓ ସାନ୍ତୁଣ୍ଡି ଗ୍ରାମ ପଞ୍ଚାୟତର ସମୁଦାୟ ମୋଟ- ୬୧ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୩୫ ଓ ୨୧ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି । ସେଥିମଧ୍ୟରୁ ମଧୁବାବୁ ପେନସନ ଯୋଜନାରେ ୭ ଜଣଙ୍କୁ ପ୍ରଦାନ କରାଯାଇଛି, ୧୩ ଜଣଙ୍କୁ ଜମିପଟ୍ଟା ପ୍ରଦାନ ଏବଂ ଜଣକୁ ରେଡ୍ କ୍ରସ ରିଲିଫ୍ ପାଣ୍ଠିରୁ ରୁ ସହାୟତା ପ୍ରଦାନ କରାଯାଇଛି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସ୍ଥାନୀୟ ସମୟରେ ସ୍ଥାନୀୟ ରାୟଗଡ଼ ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ପୂର୍ଣ୍ଣବାସୀ ନାୟକ,ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସୁଧୀର କୁମାର ସିଂ, ତହସିଲଦାର ଶ୍ରୀମତୀ ଲୀଲାବତି ଅଚାରୀୟଙ୍କ ସମେତ ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାୟଗଡ଼ା ବ୍ଲକ୍ କଇଁପୁର ଠାରେ ମିଶନ ଶକ୍ତିର କାଫେ ଉଦଘାଟିତ

ରାୟଗଡ଼ା ବ୍ଲକ୍ କଇଁପୁର ଠାରେ ମିଶନ ଶକ୍ତିର କାଫେ ଉଦଘାଟିତ

Read More...

ଜାତୀୟ ବକ୍ସିଂ ଚମ୍ପିୟନଶିପ୍ ପାଇଁ ଗଜପତିର ନିରଞ୍ଜନ ଆଙ୍କୁଲ ମନୋନିତ

ଜାତୀୟ ବକ୍ସିଂ ଚମ୍ପିୟନଶିପ୍ ପାଇଁ ଗଜପତିର ନିରଞ୍ଜନ ଆଙ୍କୁଲ ମନୋନିତ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: