ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ

November 06, 2023, ଓଡ଼ିଶା, ଗଜପତି, Rasmi Ranjan Sahu
ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ
Rasmi Ranjan Sahu
[ Reporter- Paralakhemundi, Gajapati ]
Bhagyaprabha News Bureau
November 06, 2023

ପାରଳାଖେମଣ୍ଡି -ଗଜପତି ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲା ସଦମହକୁମା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ,ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ. କୁମାର ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ କରି ପାରଳାଖେମୁଣ୍ଡି ପୌର ପରିଷଦର ସମେତ କେରାଣ୍ଡି, କତଳକଇଥା, ବାଘଶାଳ, ରାଣୀପେଣ୍ଠ ଓ ସିଧମାଡ଼ଙ୍ଗା ପଞ୍ଚାୟତର ସମୁଦାୟ ମୋଟ- ୩୭ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା। ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୬ ଗୋଟି,ଗ୍ରାମ ଭିତ୍ତିକ ସମସ୍ୟା- ୧୧ ଗୋଟି ଓ ୫ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରାଯାଇଛି ଏବଂ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଚାରି ଜଣଙ୍କୁ ୨୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ ପ୍ରଦାନ କରାଯାଇଛି । ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା,ଜମି ପଟ୍ଟା, ମୋ ଘର ଯୋଜନା,ମନରେଗା,ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା,ଜଳ ସେଚନ ରାସ୍ତା ସମସ୍ୟା ବୋଲି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ରହିଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଗଜପତି ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

ଗଜପତି ଜିଲ୍ଲାରେ ଆମ ଓଡ଼ିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

Read More...

 ଆଧୁନିକ ଓଡ଼ିଆ କଥା ସାହିତ୍ୟ ଜଗତର ପ୍ରଖ୍ୟାତ କଥାକାର ପ୍ରଫେସର ଡ ହରିହର ଦାସଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ଶ୍ରଦ୍ଧାଞ୍ଜଳୀ ସଭା

ଆଧୁନିକ ଓଡ଼ିଆ କଥା ସାହିତ୍ୟ ଜଗତର ପ୍ରଖ୍ୟାତ କଥାକାର ପ୍ରଫେସର ଡ ହରିହର ଦାସଙ୍କ ତୃତୀୟ ଶ୍ରାଦ୍ଧବାର୍ଷିକୀ ଶ୍ରଦ୍ଧାଞ୍ଜଳୀ ସଭା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: