ଜାମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ

June 28, 2019, ଦେଶଦୁନିଆ, , Bhagyaprabha News Bureau
ଜାମ୍ମୁ କଶ୍ମୀରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ
Bhagyaprabha News Bureau
June 28, 2019

ଜାମ୍ମୁ କଶ୍ମୀରର ବଡଗାମ ଜିଲାରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କ୍ରାଲପୋରାରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ଏହାପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବବନ୍ଦି କରି ସର୍ଚ୍ଚ ଅପରେଶନ୍‌ କରିଥିଲେ। ଆତଙ୍କବାଦୀମାନେ ଭୟଭୀତ ହୋଇ ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଆଖିବୁଜା ଗୁଳି ଚାଳନା କରିଥିଲେ। ସୁରକ୍ଷାକର୍ମୀ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ। ଏହି ଗୁଳିବିନିମୟରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଘଟଣାସ୍ଥଳରୁ ମୃତଦେହ ଠାବ କରାଯାଇଛି। ଏଥିସହ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି। ଦୁଇ ପକ୍ଷରୁ ଏବେ ପର୍ଯ୍ୟନ୍ତ ଗୁଳିବିନିମୟ ଜାରି ରହିଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଦେଶର ପ୍ରଚଳନ ହେବାକୁ ଯାଉଛି ଏକକ ରାସନ କାର୍ଡ!

ଦେଶର ପ୍ରଚଳନ ହେବାକୁ ଯାଉଛି ଏକକ ରାସନ କାର୍ଡ!

Read More...

କ୍ରିକେଟ ବିଶ୍ବକପ :  ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଲଢେଇ

କ୍ରିକେଟ ବିଶ୍ବକପ : ଶ୍ରୀଲଙ୍କା ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଲଢେଇ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: