ସୋପିୟାନରେ ଏନକାଉଣ୍ଟର ; ଆତଙ୍କବାଦୀ ନିହତ

July 05, 2019, ରାଜନୀତି, , Bhagyaprabha News Bureau
ସୋପିୟାନରେ ଏନକାଉଣ୍ଟର ; ଆତଙ୍କବାଦୀ ନିହତ
Bhagyaprabha News Bureau
July 05, 2019

ଜମ୍ମୁ-କଶ୍ମୀରରେ ଶୁକ୍ରବାର ସକାଳୁ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଅତଙ୍କବାଦୀ ପ୍ରାଣ ହରାଇଥିବା ଜଣାପଡିଛି । ବର୍ତ୍ତମାନ ସୁଦ୍ଧା ସ୍ଥାନୀୟଅଞ୍ଚଳରେ ତଲାସୀ ଅଭିଯାନ ଜାରି ରହିଛି ।ସୂଚନାଯୋଗ୍ୟ, ଦକ୍ଷିଣ କାଶ୍ମୀର ସୋପିୟାନ ଜିଲାର ନରବାଣୀ ଅଞ୍ଚଳରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା । ରିପୋର୍ଟ ଅନୁଯାୟୀ, ଆତଙ୍କବାଦୀ ଲୁଚି ରହିଥିବା ସୂଚନା ପାଇ ୪୪ଆର ଏବଂ ଏସଓଜିର ଯବାନ ମିଳିତି ଭାବରେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ । ଏହି ସମୟରେ ସୁରକ୍ଷାକର୍ମୀଙ୍କ ଉପରକୁ ଆତଙ୍କବାଦୀ ଗୁଳି ବର୍ଷଣ କରିଥିଲେ । ସୁରକ୍ଷାକର୍ମୀ ଜଣେ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି । ସେଠାରେ ଅନ୍ୟ ତିନି ଜଣ ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା କରାଯାଉଛି ।ସ୍ଥାନୀୟଅଞ୍ଚଳରେ ତଲାସୀ ଅଭିଯାନକୁ ଜୋରଦାର କରାଯାଇଥିବା ବେଳେ ଇଣ୍ଟରନେଟ୍ ସେବାକୁ ବନ୍ଦ କରାଯାଇଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଲୋକସଭାରେ ବଜେଟ ଉପସ୍ଥାପନା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

ଲୋକସଭାରେ ବଜେଟ ଉପସ୍ଥାପନା କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

Read More...

ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ୍‌ ଉପସ୍ଥାପନ

ସଂସଦରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ୍‌ ଉପସ୍ଥାପନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: