ସମଗ୍ର ଦେଶରେ ପାଳିତ ହେଉଛି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ

August 23, 2019, ଦେଶଦୁନିଆ, , Bhagyaprabha News Bureau
ସମଗ୍ର ଦେଶରେ ପାଳିତ ହେଉଛି ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ
Bhagyaprabha News Bureau
August 23, 2019

ସାରା ଭାରତରେ ପାଳନ ହେଉଛି ଶ୍ରୀକୃଷ୍ଣଙ୍କ ଜନ୍ମ ଉତ୍ସବ । ପୌରାଣିକ କଥାବସ୍ତୁ ଅନୁସାରେ ଦ୍ୱାପର ଯୁଗରେ ପ୍ରବଳ ପ୍ରତାପୀ କଂସକୁ ବଧ କରିବା ନିମନ୍ତେ ମାନବ ରୂପରେ ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ଧରାବତରଣ କରିଥିଲେ ଭଗବାନ ଶ୍ରୀକୃଷ୍ଣ । ଯିଏ କି ବିଷ୍ଣୁଙ୍କ ଅବତାର । କଂସଦ୍ୱାରା ବନ୍ଦୀ ହୋଇଥିବା ଭଉଣୀ ଦେବକୀ ଓ ବାସୁଦେବଙ୍କ ଠାରୁ ବନ୍ଦିଶାଳାରେ ଅର୍ଧ ରାତ୍ରୀରେ ରୋହିଣୀ ନକ୍ଷତ୍ର- ବୃଷରାଶିର ସଂଯୋଗ ସମୟରେ ଜନ୍ମ ଗ୍ରହଣ କରିଥିଲେ ଶ୍ରୀକୃଷ୍ଣ ।ସେପଟେ ଉତ୍ତର ପ୍ରଦେଶର ମଥୁରାରେ ଶ୍ରୀକୃଷ୍ଣ ଜନ୍ମଗ୍ରହଣ କରିଥାବାରୁ ଏଠାରେ ଏହି ଉତ୍ସବ ବିଶେଷ ଉଲ୍ଲାସରେ ପାଳିତ ହୋଇଥାଏ । କୃଷ୍ଣଙ୍କର କ୍ରୀଡ଼ାଭୂମୀ ଗୋକୁଳ ଓ ବୃନ୍ଦାବନରେ ଅସଂଖ୍ୟ ଜନଗହଳି ହୋଇଥାଏ ଓ ଏଠାରେ ଏହି ଉତ୍ସବ ପ୍ରାୟ ସାତଦିନବ୍ୟାପି ପାଳିତ ହୋଇଥାଏ। କୁହାଯାଏ । ଗୁଜରାଟର ଦ୍ୱାରକାରେ ଥିବା ଦ୍ୱାରିକାଧିଶ ମନ୍ଦିରରେ ମଧ୍ୟ ଏହି ଉତ୍ସବ ବହୁତ ଆଡ଼ମ୍ବରରେ ପାଳିତ ହୋଇଥାଏ । ଏହାଛଡ଼ା ପଶ୍ଚିମ ବଙ୍ଗରେ ଶ୍ରୀଚୈତନ୍ୟ ଓ ନିତ୍ୟାନନ୍ଦ ମହାପ୍ରଭୁଙ୍କ ଜନ୍ମସ୍ଥାନ ନବଦ୍ୱୀପରେ ମଧ୍ୟ ଜନ୍ମାଷ୍ଟମୀ ହର୍ଷୋଲ୍ଲାସରେ ପାଳିତ ହୋଇଥାଏ । ଲୋକେ ଉପବାସ ରଖି ଶ୍ରୀକୃଷ୍ଣଙ୍କ ଜନ୍ମ ଓ ଲୀଳା ବର୍ଣ୍ଣନାରେ ସମୃଦ୍ଧ ଶ୍ରୀମଦ୍ଭାଗବତର ଦଶମ ସ୍କନ୍ଧ ପଢ଼ିଥାନ୍ତି । ଜାମ୍ମୁଠାରେ ଏହିଦିନ ଗୁଡ଼ି ଉଡ଼ାଇବାର ପ୍ରଥା ରହିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସୋସିଆଲ ମିଡିଆରେ ଭାଇରଲ ହେଲା 'ଦ ଜୋୟା ଫ୍ୟାକ୍ଟର'ର ପୋଷ୍ଟର

ସୋସିଆଲ ମିଡିଆରେ ଭାଇରଲ ହେଲା 'ଦ ଜୋୟା ଫ୍ୟାକ୍ଟର'ର ପୋଷ୍ଟର

Read More...

ଭୁବନେଶ୍ୱର ଇସ୍କନ ମନ୍ଦିରରେ ପାଳନ ହେବ କୃଷ୍ଣଜନ୍ମ

ଭୁବନେଶ୍ୱର ଇସ୍କନ ମନ୍ଦିରରେ ପାଳନ ହେବ କୃଷ୍ଣଜନ୍ମ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: