ନୂଆପଡାରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନା କରିବେ ମୁଖ୍ୟମନ୍ତ୍ରୀ

February 25, 2019, ଓଡ଼ିଶା, ନୂଆପଡ଼ା, Bhagyaprabha News Bureau
ନୂଆପଡାରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନା କରିବେ ମୁଖ୍ୟମନ୍ତ୍ରୀ
Bhagyaprabha News Bureau
February 25, 2019

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୂଆପଡା ଗସ୍ତ । ହେଲିକ୍ୟାପ୍ଟର ଯୋଗେ ଗୋତମା ଏରୋଡ୍ରମରେ ଓହ୍ଲାଇ ସ୍ଥାନିୟ ଗୋତମା ଫିଲ୍ଡ ପାଖରେ ଏକ ସଭାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ନୂଆପଡାରେ ୨୩୭ କୋଟି ୩୫ ଲକ୍ଷ ଟଙ୍କାର ୩୯ଟି ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ । ୧୩୨ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଶୁଭ ଉଦଘାଟନ ଓ ୧୦୫ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହେବ ।ଦୀର୍ଘଦିନ ହେବ ୩୭ କୋଟି ଟଙ୍କା ବ୍ୟୟରେ ୩୦୦ ବେଡ ର ୭ ମହଲା ବିଶିଷ୍ଟ ମୁଖ୍ୟ ଚିକିତ୍ସାଳୟ ଜିଲ୍ଲା ସଦର ମହକୁମା ଠାରେ ନିର୍ମାଣ ହୋଇଛି । ମୁଖ୍ୟମନ୍ତ୍ରୀ ଏହାର ଉଦଘାଟନ କରିବେ । ସେହିପରି କାଳିଆ ଯୋଜନାରେ ସହାୟତା ପାଇଥିବା ଚାଷୀଙ୍କ ସହ ଭାବ ବିନିମୟ କରିବେ ମୁଖ୍ୟମନ୍ତ୍ରୀ । ମିଶନ ଶକ୍ତିରେ ସାମିଲ ହୋଇଥିବା ସ୍ବୟଂ ସହାୟକ ଗୋଷ୍ଠୀମାନଙ୍କୁ ସିଡ୍ ମନି , ଡିଜିଟାଲ ସଶକ୍ତିକରଣ ସହାୟତା ଏବଂ ବ୍ଲକ ସ୍ତରୀୟ ମହାସଂଘ ଗୁଡିକୁ ଆର୍ଥିକ ସହାୟତା ପ୍ରଦାନ କରାଯିବ ।ଜିଲ୍ଲାର ନିର୍ମାଣ ଶ୍ରମିକମାନଙ୍କୁ ବୋର୍ଡ ଦ୍ବାରା ଦିଆଯାଉଥିବା ବିଭିନ୍ନ ସହାୟତା ପ୍ରଦାନ କରାଯିବ । ଭୂମିହୀନ ବସ୍ତିବାସିନ୍ଦାଙ୍କୁ ଭୂମି ଅଧିକାର ପ୍ରମାଣ ପତ୍ର ପ୍ରଦାନ କରାଯିବ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ପୋଲିସ ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରିବା ସହ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କୁ ଜାତିସଂଘର ପ୍ରଶଂସା

ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକଙ୍କୁ ଜାତିସଂଘର ପ୍ରଶଂସା

Read More...

ସମ୍ବାଦ କଳିକା ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ସମ୍ବାଦ କଳିକା ପକ୍ଷରୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: