ଲୋକସଭା ବାଚସ୍ପତିଙ୍କ ଭିଡ଼ିଓ କନ୍‌ଫରେନ୍‌ସିଂରେ ଯୋଗଦେଲେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର

April 21, 2020, ଦେଶଦୁନିଆ, , BHAGYAPRABHA NEWS
ଲୋକସଭା ବାଚସ୍ପତିଙ୍କ ଭିଡ଼ିଓ କନ୍‌ଫରେନ୍‌ସିଂରେ ଯୋଗଦେଲେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର
BHAGYAPRABHA NEWS
[ INPUT ]
Bhagyaprabha News Bureau
April 21, 2020

ସଂପ୍ରତି ବିଶ୍ୱବ୍ୟାପୀ କରୋନା ଭୂତାଣୁ ସଂକ୍ରମଣ ପରିପ୍ରେକ୍ଷୀରେ ବିଭିନ୍ନ ରାଜ୍ୟରେ ଏହାର ସ୍ଥିତି, ସଫଳ ମୁକାବିଲା ଓ ଲକ୍‌ ଡାଉନ୍‌ବେଳେ ବିଧାୟୀ କାର୍ଯ୍ୟ ପରିଚାଳନା ସଂପର୍କରେ ଲୋକସଭା ବାଚସ୍ପତି ଶ୍ରୀ ଓମ୍‌ ପ୍ରକାଶ ବିର୍ଲା ସମସ୍ତ ରାଜ୍ୟର ବାଚସ୍ପତିଙ୍କ ସହ ଆଲୋଚନା କରିଛନ୍ତି। ଲୋକସଭା ବାଚସ୍ପତି ଶ୍ରୀ ବିର୍ଲା କୋଭିଡି୍‌-୧୯ ମୁକାବିଲା ଦିଗରେ ସମସ୍ତ ସାଂସଦ ଓ ବିଧାୟକମାନଙ୍କର ସକରାତ୍ମକ ସହଯୋଗ କାମନା କରିଥିଲେ। ସଚିବାଳୟ ମାର୍ଗସ୍ଥିତ ଜାତୀୟ ସୂଚନା ବିଜ୍ଞାନ କେନ୍ଦ୍ର(ଏନ୍‌ଆଇସି)ରେ ଅନୁଷ୍ଠିତ ଏହି ଭିଡ଼ିଓ କନ୍‌ଫରେନ୍‌ସିଂରେ ଯୋଗଦେଇ ଓଡ଼ିଶା ବିଧାନସଭାର ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଓଡ଼ିଶାରେ କରୋନା ସଂକ୍ରମଣ, କୋଭିଡ୍‌-୧୯ ସ୍ୱତନ୍ତ୍ର ହସ୍‌ପିଟାଲ୍‌ ପ୍ରତିଷ୍ଠା, ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ ।ଓଡ଼ିଶାରେ ଲକ୍‌ ଡାଉନ୍‌, କ୍ୱରାଣ୍ଟାଇନ୍‌, ଆଇସୋଲେସନ୍‌, ସାମାଜିକ ଦୂରତ୍ୱ, ହାତଧୁଆ ଆଦି କଡ଼ାକଡ଼ି ଭାବେ ପାଳନ କରାଯାଉଛି ବୋଲି ସେ କହିଥିଲେ। ସଂକ୍ରମିତ ଅଞ୍ଚଳଗୁଡ଼ିକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି । ବର୍ତ୍ତମାନ ଉପୁଜିଥିବା ସ୍ଥିତିର ମୁକାବିଲା ପାଇଁ ମନ୍ତ୍ରୀମାନଙ୍କୁ ନେଇ ଏକ ରାଜ୍ୟସ୍ତରୀୟ କ୍ଷମତାପନ୍ନ କମିଟି ଓ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ସଚିବସ୍ତରୀୟ କମିଟି ଗଠନ କରାଯାଇଛି। ବିଦେଶରୁ ଓଡ଼ିଶା ଆସିଥିବା ଲୋକଙ୍କ ପଂଜୀକରଣ ବାଧ୍ୟତାମୂଳକ କରାଯିବା ସହିତ ଅନ୍ୟ ରାଜ୍ୟରୁ ଫେରିଥିବା ବ୍ୟକ୍ତିମାନଙ୍କ ପାଇଁ କ୍ୱରାଣ୍ଟାଇନ୍‌ ବ୍ୟବସ୍ଥା ଲାଗୁ କରାଯାଇଛି । ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀମାନଙ୍କୁ ଚାଉଳ ଓ ଗହମ ଏବଂ ମଧ୍ୟାହ୍ନ ଭୋଜନ ଯୋଜନାରେ ଛାତ୍ରଛାତ୍ରୀମାନଙ୍କୁ ଆଗୁଆ ୩ ମାସ ପାଇଁ ରାସନ୍‌ ଯୋଗାଇ ଦିଆଯାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ ମୁଖ୍ୟ ପ୍ରବକ୍ତା ଓ ଅନ୍ୟ ଉଚ୍ଚ ପଦାଧିକାରୀଙ୍କ ଦ୍ୱାରା ଗଣମାଧ୍ୟମ ଜରିଆରେ ଜନସାଧାରଣଙ୍କୁ କରୋନା ସଂକ୍ରମଣ ସଂପର୍କିତ ସୂଚନା ଦୈନିକ ପ୍ରଦାନ କରାଯାଉଛି ବୋଲି ବାଚସ୍ପତି ଡ. ପାତ୍ର କହିଥିଲେ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ଆଉ ତିନି କରୋନା ପଜିଟିଭ୍‌ ଚିହ୍ନଟ

Read More...

ଅନ୍ତର୍ଜାତୀୟ ମାନବାଧିକାର ପରିଷଦ ପକ୍ଷରୁ ମାସ୍କ ବଣ୍ଟନ

ଅନ୍ତର୍ଜାତୀୟ ମାନବାଧିକାର ପରିଷଦ ପକ୍ଷରୁ ମାସ୍କ ବଣ୍ଟନ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: