ଗଂଜାମରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

May 06, 2020, ଓଡ଼ିଶା, ଗଞ୍ଜାମ, Swadhina Kumar Sahu
ଗଂଜାମରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ
Swadhina Kumar Sahu
[ District Reporter ,Ganjam ]
Bhagyaprabha News Bureau
May 06, 2020

ଆଜି ଗଞ୍ଜାମ ଜିଲ୍ଲାରୁ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ପଜିଟିଭଙ୍କ ସଂଖ୍ୟା ୧୭୭ରେ ପହଂଚିଛି । ସୁଚନାଯୋଗ୍ୟ ,ଗତକାଲି ପୁଣି ରାଜ୍ୟରେ ୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ଜଣ ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ ମିଳିଥିବା ବେଳେ ୨ଆକ୍ରାନ୍ତ ସୁରତ ଫେରନ୍ତା ବୋଲି ଜଣାପଡିଛି। ଏ ପଟେ ଭଦ୍ରକ ଜିଲ୍ଲାକୁ ପଛରେ ପକେଇ ବାଲେଶ୍ବର ଜିଲ୍ଲାରେ ସଂକ୍ରମିତ ସଂଖ୍ୟା ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ବାଲେଶ୍ଵରରେ ସଂକ୍ରମିତ ସଂଖ୍ୟା ୨୪ରେ ପହଞ୍ଚିଛି। ସେହିପରି ଗଞ୍ଜାମ, ସୁନ୍ଦରଗଡ, କଟକ,ଯାଜପୁର ଜିଲ୍ଲାରେ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୧୫ ଆକ୍ଟିଭ କେସ୍‌ ରହିଥିବା ବେଳେ ୬୦ଜଣ ସୁସ୍ଥ ହୋଇସାରିଛନ୍ତି । କରୋନାରେ ଦୁଇଜଣ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜ୍ୟରେ ଦ୍ବିତୀୟ କରୋନା ମୃତ

ରାଜ୍ୟରେ ଦ୍ବିତୀୟ କରୋନା ମୃତ

Read More...

ଚଳିତ ବର୍ଷ ଆଉ ହେବ ନାହିଁ  ସିବିଏସଇ ୧୦ମ ଶ୍ରେଣୀ ବୋର୍ଡ ପରୀକ୍ଷା

ଚଳିତ ବର୍ଷ ଆଉ ହେବ ନାହିଁ ସିବିଏସଇ ୧୦ମ ଶ୍ରେଣୀ ବୋର୍ଡ ପରୀକ୍ଷା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: