ରଥଯାତ୍ରାକୁ ଜାତୀୟ ଛୁଟି ଘୋଷଣା କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଓଡ଼ିଶା କଲଚରାଲ୍‌ ସର୍କଲ

June 28, 2020, ଦେଶଦୁନିଆ, , BHAGYAPRABHA NEWS
ରଥଯାତ୍ରାକୁ ଜାତୀୟ ଛୁଟି ଘୋଷଣା କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଓଡ଼ିଶା କଲଚରାଲ୍‌ ସର୍କଲ
BHAGYAPRABHA NEWS
[ INPUT ]
Bhagyaprabha News Bureau
June 28, 2020

ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଜାତୀୟ ଛୁଟି ଦିବସ ଭାବେ ଘୋଷଣା କରାଯାଉ। ଏନେଇ ଦାବି ଜୋର୍‌ ଧରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଦାବି ଉପସ୍ଥାପନ କରିଛି ଓଡ଼ିଶା କଲଚରାଲ୍‌ ସର୍କଲ। ଏହାର ଅଧ୍ୟକ୍ଷ ତଥା ହୋଟେଲ୍‌ ଆଣ୍ଡ୍‌ ରେଷ୍ଟୁରାଣ୍ଟ ଆସୋସିଏଶନ୍‌ ଅଫ୍‌ ଓଡ଼ିଶା (ଏଚ୍‌ଆର୍‌ଏଓ)ର ଅଧ୍ୟକ୍ଷ ଜେ. କେ. ମହାନ୍ତି ଲେଖିଥିବା ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଶ୍ବପ୍ରସିଦ୍ଧ। କେବଳ ପୁରୀ କିମ୍ବା ଓଡ଼ିଶାରେ ରଥଯାତ୍ରା ସୀମିତ ନାହିଁ କି କେବଳ ଓଡ଼ିଆଙ୍କ ପର୍ବ ହୋଇ ରହିନାହିଁ। ଦେଶ ଓ ବିଦେଶରେ ମହାପ୍ରଭୁଙ୍କ ରଥ ଗଡ଼ୁଛି। ସାରା ବିଶ୍ୱବାସୀ ଏହି ଉତ୍ସବରେ ସାମିଲ ହେଉଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥରେ ଦେଖିବାକୁ ଓ ରଥ ଟାଣିବାକୁ ସାରା ଦେଶରେ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସବୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳୁଛି।ଏହି ପବିତ୍ର ଦିନକୁ ଜାତୀୟ ଛୁଟି ଘୋଷଣା କଲେ ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେଇପାରନ୍ତେ। ଏଥିସହ ଓଡ଼ିଶା ତଥା ଭାରତୀୟ ସଂସ୍କୃତି ଓ ଧାର୍ମିକ ଭାବନାର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଥିବା ରଥଯାତ୍ରା ଆହୁରି ଲୋକପ୍ରିୟ ହୋଇପାରନ୍ତା ବୋଲି ଯୁକ୍ତି ଦର୍ଶାଇଛନ୍ତି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜି ତିନି ରଥର ଦକ୍ଷିଣ ମୋଡ଼

ଆଜି ତିନି ରଥର ଦକ୍ଷିଣ ମୋଡ଼

Read More...

ଆଜି ଦିନ ୧୧ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ େ ମୋଦୀ

ଆଜି ଦିନ ୧୧ଟାରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ େ ମୋଦୀ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: