ଓଏଏସ ଅଫିସର ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର

July 07, 2020, ଓଡ଼ିଶା, , BHAGYAPRABHA NEWS
ଓଏଏସ ଅଫିସର ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର
BHAGYAPRABHA NEWS
[ INPUT ]
Bhagyaprabha News Bureau
July 07, 2020

ରାଜ୍ୟ ସରକାର ଆଜି ବରିଷ୍ଠ ଓଏଏସ ଅଫିସରସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଜଳସମ୍ପଦ ବିଭାଗର ଅତିରିକ୍ତ ସଚିବ ବରିଷ୍ଠ ଓଏଏସ କମଳ ଲୋଚନ ମିଶ୍ରଙ୍କୁ ଓସଡମାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଅତିରିକ୍ତ ରିଲିଫ କମିଶନର ଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ।ସେହିପରିବା ଲେଶ୍ୱର ଉପଜିଲ୍ଲାପାଳ ନିଲୁ ମହାପାତ୍ରଙ୍କୁ ବାଲେଶ୍ୱର ଡିଆରଡିଏରେ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ) ଭାବେ ବଦଳି କରାଯାଇଛି। ବବିତାରାଣୀ ଦଳବେହେରାଙ୍କୁ ବୌଦ୍ଧ ଡିଆରଡିଏର ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ(ପ୍ରଶାସନ), ରଜନୀକାନ୍ତ ବିଶ୍ୱାଳଙ୍କୁ କରଞ୍ଜିଆ ଉପଜିଲ୍ଲାପାଳ, ଦେବାଶୀଷ ମହାନ୍ତିଙ୍କୁ ଓଡ଼ିଶା ଜଳ ଯୋଗାଣ ଓ ସ୍ୱେରେଜ ବୋର୍ଡର ପ୍ରଶାସନିକ ଅଧିକାରୀ ଭାବେ ବଦଳି କରାଯାଇଛି।ସେହିପରି ଲଲାଟ କୁମାର ଲୁହାଙ୍କୁ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଆଇଟିଡିଏ ପିଏ , ଅଶ୍ୱିନୀ କୁମାର ମେହରଙ୍କୁ ବୌଦ୍ଧ ଉପଜିଲ୍ଲାପାଳ, ସରୋଜିନୀ ପ୍ରସନ୍ନ କୁଲ୍ଲୁଙ୍କୁ ସୁନ୍ଦରଗଡ଼ର ଅତିରିକ୍ତ ଉପଜିଲ୍ଲାପାଳ, ସରୋଜ କୁମାର ଦାଶଙ୍କୁ ଛତ୍ରପୁରର ଅତିରିକ୍ତ ଉପଜିଲ୍ଲାପାଳ ଓ ରଶ୍ମିରେଖା ସ୍ୱାଇଁଙ୍କୁ ବୋର୍ଡ ଅଫ ରେଭନ୍ୟୁରେ ଉପସଚିବ ଭାବେ ବଦଳି କରାଯାଇଛି। ସେହିପରି ବଡ଼ସାହି ବିଡିଓ ଦିଲ୍ଲୀପ କୁମାର ମହାରାଣାଙ୍କ ଭଞ୍ଜନଗର ଅତିରିକ୍ତ ଉପଜିଲ୍ଲାପାଳ ଭାବେ ବଦଳିକୁ ବାତିଲ କରାଯାଇଛି।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଦିଗପହଣ୍ଡିରେ ଦୁଇ କରୋନା ପଜିଟିଭ୍ ଦମ୍ପତି ଚିହ୍ନଟ

ଦିଗପହଣ୍ଡିରେ ଦୁଇ କରୋନା ପଜିଟିଭ୍ ଦମ୍ପତି ଚିହ୍ନଟ

Read More...

ୟୁଟ୍ୟୁବରେ ଚହଳ ପକାଉଛି ସୁଶାନ୍ତଙ୍କ ଦିଲ ବେଚାରା

ୟୁଟ୍ୟୁବରେ ଚହଳ ପକାଉଛି ସୁଶାନ୍ତଙ୍କ ଦିଲ ବେଚାରା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: