ଜମ୍ମୁ-କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଇସ୍ତଫା

August 06, 2020, ଦେଶଦୁନିଆ, , BHAGYAPRABHA NEWS
ଜମ୍ମୁ-କାଶ୍ମୀରର ପ୍ରଥମ ଉପରାଜ୍ୟପାଳ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ଇସ୍ତଫା
BHAGYAPRABHA NEWS
[ INPUT ]
Bhagyaprabha News Bureau
August 06, 2020

ଜମ୍ମୁକାଶ୍ମୀରର ଉପରାଜ୍ୟପାଳ ହେବେ ମନୋଜ ସିହ୍ନା । ଗୀରିଶ ମୁର୍ମୁଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିବା ସହ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମନୋଜ ସିହ୍ନାଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି ରାଷ୍ଟ୍ରପତି । ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ଦିଆଯାଇଛି । ମନୋଜ ସିହ୍ନା ମୋଦି ସରକାରଙ୍କ ପ୍ରଥମ ପାଳିରେ ଯୋଗାଯୋଗ ଓ ରେଳ ରାଷ୍ଟ୍ରମନ୍ତ୍ରୀ ଥିଲେ । ଗତକାଲି ଉପରାଜ୍ୟପାଳ ପଦରୁ ଇସ୍ତଫା ଦେଇ ରାଷ୍ଟ୍ରପତିଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇ ଦେଇଥିଲେ ଗୀରିଶ ମୁର୍ମୁ । ଜମ୍ମୁକାଶ୍ମୀର କେନ୍ଦ୍ରଶାସିତ ଅଂଚଳ ହେବା ପରେ ଏହାର ପ୍ରଥମ ଉପରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ମୁର୍ମୁ । ୨୦୧୯ ଅଗଷ୍ଟ ୫ ତାରିଖରେ କେନ୍ଦ୍ର ସରକାର ୩୭୦ ଧାରା ହଟାଇ ଜମ୍ମ- କାଶ୍ମୀର ରାଜ୍ୟକୁ ୨ଟି କେନ୍ଦ୍ର ଶାସିତ ଅଂଚଳରେ ପରିଣତ କରିଥିଲେ ।ଫଳରେ ଜମ୍ମୁ କାଶ୍ମୀର ଗୋଟିଏ କେନ୍ଦ୍ର ଶାସିତ ଅଂଚଳ ପାଲଟିଥିବା ବେଳେ ଲଦାଖ ଅନ୍ୟ ଏକ କେନ୍ଦ୍ର ଶାସିତ ଅଂଚଳ ହୋଇଥିଲା । ଏହାପରେ ଜମ୍ମୁକାଶ୍ମୀରର ପ୍ରଥମ ଉପରାଜ୍ୟପାଳ ହୋଇଥିଲେ ମୁର୍ମୁ । ଗତବର୍ଷ ଅକ୍ଟୋବରରେ ସେ କାର୍ଯ୍ୟଭାର ଗ୍ରହଣ କରିଥିଲେ । ୧୯୮୫ ବ୍ୟାଚର ଗୁଜୁରାଟ କ୍ୟାଡରର ଆଇଏଏସ୍ ଗୀରିଶ ଚନ୍ଦ୍ର ମୁର୍ମୁଙ୍କ ଘର ମୟୁରଭଂଜ ଜିଲ୍ଲାରେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ , ୮ କରୋନା ଆକ୍ରାନ୍ତ ମୃତ

କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ , ୮ କରୋନା ଆକ୍ରାନ୍ତ ମୃତ

Read More...

ଗର୍ଭବତୀ ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ

ଗର୍ଭବତୀ ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: