ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

August 11, 2020, ଦେଶଦୁନିଆ, , BHAGYAPRABHA NEWS
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର
BHAGYAPRABHA NEWS
[ INPUT ]
Bhagyaprabha News Bureau
August 11, 2020

ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ରହିଛି। ତାଙ୍କର ମସ୍ତିଷ୍କ ଅସ୍ତ୍ରୋପଚାର ପରେ ୮୪ ବର୍ଷୀୟ ପ୍ରଣବଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଦିଲ୍ଲୀସ୍ଥିତ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଥିବା ପ୍ରଣବଙ୍କ ଅସ୍ତ୍ରୋପଚାର ସଫଳ ହୋଇଥିଲେ ବି ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗମ୍ଭୀର ଥିବା ସୂଚନା ରହିଛି। ତେବେ ଗତକାଲି ତାଙ୍କ ଅସ୍ତ୍ରୋପଚାର ପୂର୍ବରୁ କୋଭିଡ୍‌-୧୯ ପରୀକ୍ଷା କରାଯାଇଥିଲା। ପରୀକ୍ଷାରୁ ସେ କରୋନା ପଜିଟିଭ୍‌ ଥିବା ଜଣା ପଡ଼ିଥିଲେ। ପ୍ରଣବ ଏକ ଟ୍ବିଟ୍‌ କରି ଲେଖିଥିଲେ, 'ଭିନ୍ନ ଚିକିତ୍ସା ପାଇଁ ହସ୍ପିଟାଲ୍‌କୁ ଯାଇଥିଲି। ସେଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେଲି। ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ମୁଁ ଅନୁରୋଧ କରୁଛି ‌ଯେ ଦୟାକରି ନିଜକୁ କ୍ବାରେଣ୍ଟାଇନ୍‌ରେ ରଖନ୍ତୁ ଓ କୋଭିଡ୍‌-୧୯ ପରୀକ୍ଷା କରାଇ ନିଅନ୍ତୁ।' ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରଣବଙ୍କ ଝିଅ ଶର୍ମିଷ୍ଠାଙ୍କ ସହ କଥା ହୋଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଉଲ୍ଲେଖଯୋଗ୍ୟ, ପ୍ରଣବ ମୁଖାର୍ଜୀ ୨୦୧୨ରୁ ୧୦୧୭ ଯାଏ ଭାରତର ରାଷ୍ଟ୍ରପତି ଥିଲେ। ଗତବର୍ଷ ତାଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନିତ କରାଯାଇଥିଲା।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାଜ୍ୟରେ ଆଉ  ୧୩୪୧ କରୋନା ପଜିଟିଭ୍ ଟିହ୍ନଟ

ରାଜ୍ୟରେ ଆଉ ୧୩୪୧ କରୋନା ପଜିଟିଭ୍ ଟିହ୍ନଟ

Read More...

ଆଜି ପବିତ୍ର ଜନ୍ମାଷ୍ଟମୀ

ଆଜି ପବିତ୍ର ଜନ୍ମାଷ୍ଟମୀ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: