ଝଡ଼ବର୍ଷା ନିମନ୍ତେ ୧୯ ଜିଲ୍ଲାକୁ ହାଇ ଆଲର୍ଟ ଜାରି

March 15, 2019, ଓଡ଼ିଶା, , Bhagyaprabha News Bureau
ଝଡ଼ବର୍ଷା  ନିମନ୍ତେ ୧୯ ଜିଲ୍ଲାକୁ ହାଇ ଆଲର୍ଟ ଜାରି
Bhagyaprabha News Bureau
March 15, 2019

ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ। ଉତ୍ତର ଓଡ଼ିଶାରେ କିନ୍ତୁ ପ୍ରବଳ ବର୍ଷା ଲାଗିରହିବ। ଏହାକୁ ଦୃଷ୍ଟିରେ ରଖି ୧୭ ତାରିଖ ପାଇଁ ରାଜ୍ୟରେ ଆଲର୍ଟ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ। ସ୍ଥିତି ଉପରେ ଦୃଷ୍ଟି ରଖିବାକୁ ରାଜ୍ୟ ସରକାରଙ୍କୁ ପରାମର୍ଶ ଦିଆଯାଇଛି।ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଯଥା କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ଖୋର୍ଧାରେ କାଳବୈଶାଖୀ ପ୍ରଭାବ ରହିବ। ଉକ୍ତ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ସହ ଘନଘନ ବଜ୍ରପାତ ହେବ। ୧୬ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ହେଲେ ବାଲେଶ୍ବର, ଭଦ୍ରକ, ଖୋର୍ଧା, ନୟାଗଡ଼ ସମେତ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲକା ବର୍ଷା ହୋଇପାରେ। ୧୭ ତାରିଖ ସକାଳୁ ସାରା ରାଜ୍ୟରେ କୋହଲା ପାଗ ଲାଗିରହିବ। ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ଉତ୍ତର ଓଡ଼ିଶା ସମେତ ଖୋର୍ଧା, ପୁରୀ, ଗଞ୍ଜାମ, କନ୍ଧମାଳ, ଜିଲ୍ଲାରେ ଝଡ଼ବର୍ଷା ହୋଇପାରେ। ହେଲେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କଟକ ଓ ଢେଙ୍କାନାଳର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ। ଯାହାକି ୧୮ ତାରିଖ ମଧ୍ୟାହ୍ନ ପର୍ଯ୍ୟନ୍ତ ଲାଗିରହିବ।








Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଫୁଟ୍ ଓଭରବ୍ରିଜ ଭୁଶୁଡ଼ିବା  ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି : ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା

ଫୁଟ୍ ଓଭରବ୍ରିଜ ଭୁଶୁଡ଼ିବା ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି : ମୃତକଙ୍କ ପରିବାରକୁ କ୍ଷତିପୂରଣ ଘୋଷଣା

Read More...

ବରଗଡ ସଂକଳ୍ପ ସମାବେଶରେ ଯୋଗ ଦେବେ ରାହୁଲ ଗାନ୍ଧି

ବରଗଡ ସଂକଳ୍ପ ସମାବେଶରେ ଯୋଗ ଦେବେ ରାହୁଲ ଗାନ୍ଧି

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: